ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,କଳମଛୁଇଁ ଆପଣମାନଙ୍କୁ ସ୍ୱାଗତ କରୁଛି ।
କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ୨୦୨୩-୨୪ ବାର୍ଷିକ ପରୀକ୍ଷା ଚଳିତ ମାର୍ଚ୍ଚ ମାସ ୧୧ ତାରିଖରୁ ଆରମ୍ଭ ହେଉଛି ।
(ତା-୨୮/୦୨/୨୦୨୪)- କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ।
(ତା-୨୩/୦୨/୨୦୨୪)-ଆର୍ଯ୍ୟସମାଜର ବରିଷ୍ଠ ପ୍ରଚାରକ ପରମ ପୂଜ୍ୟ ସନ୍ଥ ସ୍ୱାମୀ ସୁଧାନନ୍ଦ ସରସ୍ୱତୀ ମହାରାଜ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନ କରିଛନ୍ତି । ଦୁଇଦିନିଆ ତାଳଚେର ଗ୍ରସ୍ତରେ ଆସିଥିବା ସ୍ୱାମୀ ସୁଧାନନ୍ଦ ସରସ୍ୱତୀ ଆଜି ସକାଳ ୧୦ଟାବେଳେ କଳମଛୁଇଁ ଶିଶୁମନ୍ଦିରରେ ପଂହଚିଥିଲେ । ବିଦ୍ୟାଳୟର ସଂପାଦକ ବିଭୂତି ଭୂଷଣ ସ୍ୱାଇଁ ଓ ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀ ସ୍ୱାମୀଜୀଙ୍କୁ ସ୍ୱାଗତ କରିବା ସହ ଉତରୀୟ ଓ ନାରିକେଳ ଦେଇ ସମ୍ବର୍ଦ୍ଧିତ କରିଥିଲେ ।
(ତା-୨୧/୦୨/୨୦୨୪)-ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଶିକ୍ଷାବିତ୍ ଡ.ପ୍ରଶାନ୍ତ କୁମାର ରଥ,ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିିର ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ ଓ କୋଷାଧ୍ୟକ୍ଷ ପଂଚାନନ ବେହେରା ପ୍ରମୁଖ ଯୋଗ ଦେଇଥିଲେ ।
(ତା-୧୮/୦୨/୨୦୨୪)- ଶିକ୍ଷା ବିକାଶ ସମିତି,ଓଡିଶାଙ୍କ ଯୋଜନା ଅନୁଯାୟୀ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସୂର୍ଯ୍ୟ ନମସ୍କାର ସପ୍ତାହ ପାଳିତ ହୋଇଯାଇଛି |
(ତା-୧୬/୦୨/୨୦୨୪)- ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କର ବିଦାୟକାଳୀନ ସମାବର୍ତନ ସମାରୋହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ତାଳଚେର ସଦର ଖଣ୍ଡ କାର୍ଯ୍ୟବାହ ଶ୍ରୀକାନ୍ତ ବିଶ୍ୱାଳ, ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର ସଂପାଦକ ବିଭୂତି ଭୂଷଣ ସ୍ୱାଇଁ ଓ କୋଷାଧ୍ୟକ୍ଷ ପଂଚାନନ ବେହେରା ଯୋଗ ଦେଇଥିଲେ ।
(ତା-୧୪/୦୨/୨୦୨୪)- ପବିତ୍ର ବସନ୍ତ ପଂଚମୀ ଅବସରରେ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ମା ସରସ୍ୱତୀଙ୍କ ପୂଜା ସମାରୋହରେ ପାଳିତ ହୋଇଯାଇଛି ।
(ତା-୦୭/୦୨/୨୦୨୪)-ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଏକବିଂଶତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିିର ସଭାପତି ଶିକ୍ଷାବିତ୍ ଦୁର୍ଯ୍ୟୋଧନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏମ୍ସିଏଲ୍ ହିଙ୍ଗୁଳା କୋଇଲା ଖଣିର ପ୍ରକଳ୍ପ ଅଧିକାରୀ ଏସ୍.ଭି.ଯୋଶୀ,ସମ୍ମାନୀତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଦେବୀ ମିଶ୍ର ଓ ମୁଖ୍ୟ ବକ୍ତା ଭାବରେ ଖମାରସ୍ଥିତ ଉତ୍କଳମଣି ଗୋପବନ୍ଧୁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ.ଅକ୍ଷୟ କୁମାର ପଣ୍ଡା ଯୋଗଦାନ କରିଥିଲେ ।
(ତା-୨୬/୦୧/୨୦୨୪) ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି ।